ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 17, 2019

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସମଗ୍ର ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୧ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୫ଟି ଆସନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି।

ଓଡ଼ିଶାରେ ୫ଟି ଲୋକସଭା ସହ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ମତଦାନ ଚାଲିଛି। ଏହି ୫ଟି ଲୋକସଭା ଆସନ ହେଲା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସିକା। ଏହା ଅଧୀନରେ ଥିବା ୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବି ଭୋଟ ଗ୍ରହଣ ଚାଲିଛି।

ଏହି ପର୍ଯ୍ୟାୟରେ ୫ ଲୋକସଭାରେ ୩୫ ଜଣ ପ୍ରାର୍ଥୀ ରହିଛନ୍ତି। ଏମାନଙ୍କ ମଧ୍ୟରେ ୩୦ ଜଣ ପୁରୁଷ ଥିବା ବେଳେ ୫ ଜଣ ମହିଳା ରହିଛନ୍ତି। ସେହିପରି ୩୫ଟି ବିଧାନସଭା ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ୨୪୪ ଜଣ ପ୍ରାର୍ଥୀ। ଏମାନଙ୍କ ମଧ୍ୟରେ ୨୧୯ ଜଣ ପୁରୁଷ ଓ ୨୫ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି।
୫ ଲୋକସଭା ଆସନର ମୋଟ ୭୬ ଲକ୍ଷ ୯୩ ହଜାର ୧୨୩ ଜଣ ଭୋଟର ମତଦାନ କରିବେ। ଏମାନଙ୍କ ମଧ୍ୟରେ ୩୯ ଲକ୍ଷ ୪୫ ହଜାର ୨୫ ପୁରୁଷ ଭୋଟର ଥିବା ବେଳେ ୩୭ ଲକ୍ଷ ୪୭ ହ ଜାର ୪୯୩ ମହିଳା ଭୋଟର ରହିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୯ ହଜାର ୧୧୭ଟି ପୋଲିଂ ବୁଥ୍ କରାଯାଇଛି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ। ତେବେ ମାଓ ପ୍ରବଣ ଓ ସମ୍ବେଦନଶୀଳ ବୁଥ୍ ଗୁଡିକରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ।



from Odisha Reporter http://bit.ly/2GigkHA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages