୪ଜିଲ୍ଲାରେ ଛୁଟି ବାତିଲ, ୭୦ କିମି ବେଗରେ ବହିବ ପବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 29, 2019

୪ଜିଲ୍ଲାରେ ଛୁଟି ବାତିଲ, ୭୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ମୁହାଁ ହେଉଛି ସାମୁଦ୍ରିକ ଝଡ ଫୋନି। ଚେନ୍ନାଇଠାରୁ ବଙ୍ଗୋପସାଗରରେ ୮୪୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇ ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି ଏହି ସାମୁଦ୍ରିକ ଝଡ଼। ୧ ତାରିଖରୁ ଦିଗ ପରିବର୍ତ୍ତନ କରି ଓଡ଼ିଶା ଉପକୂଳ ଆଡକୁ ମୁହାଁଇବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ବା ଆଇଏମ୍‌ଡି। ଏବେ ଏହା ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇ ସାରିଥିବା ବେଳେ ଆସନ୍ତାକାଲି ସକାଳ ସୁଦ୍ଧା ଭେରି ସିଭିୟର୍ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ଓ ମେ ୨ ଓ ୩ ତାରିଖ ଦୁଇ ଦିନ ଧରି ଓଡ଼ିଶାରେ କୋପ ଦେଖାଇବ।  ୨ତାରିଖରେ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ସେହିପରି ୩ ତାରିଖରୁ ପବନର ବେଗ ୭୦ କିଲୋମିଟର ପର୍ଯ୍ୟନ୍ତ ବଢିବା ସହ ଅତି ପ୍ରବଳ ବର୍ଷାର ମଧ୍ୟ ଆଶଙ୍କା ରହିଛି। ଏହି ସମୟରେ ସମୁଦ୍ର ଅତି ଅଶାନ୍ତ ହେବା କାରଣରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ସାମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସଚିବାଳୟରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି।  ଏହା ସହ ଗଞ୍ଜାମ, କେନ୍ଦ୍ରାପଡ଼ା, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ସବୁ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ୍ କରିଦିଆଯାଇଛି। ଲୋକମାନଙ୍କୁ ସଚେତନ କରିବାକୁ ବ୍ୟବସ୍ଥା ହେଉଥିବା ଖାଦ୍ୟ ସାମଗ୍ରୀ ମହଜୁଦ୍‌ ରଖିବାକୁ ପ୍ରଶାସନିକ ସ୍ତରରେ ବ୍ୟବସ୍ଥା କରାଯାଉଛି।



from Odisha Reporter http://bit.ly/2UQ7mqt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages