୬ ବର୍ଷର ଝିଅକୁ ଦୁଷ୍କର୍ମ ପରେ ହତ୍ୟାକୁ ନେଇ ଉତ୍ତେଜନା, ଡିସିପି କହିଲେ-ସ୍ୱତନ୍ତ୍ର ଟିମ୍ କରିବ ତଦନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 12, 2019

୬ ବର୍ଷର ଝିଅକୁ ଦୁଷ୍କର୍ମ ପରେ ହତ୍ୟାକୁ ନେଇ ଉତ୍ତେଜନା, ଡିସିପି କହିଲେ-ସ୍ୱତନ୍ତ୍ର ଟିମ୍ କରିବ ତଦନ୍ତ

ଖୋର୍ଦ୍ଧା(ବଳରାମ ଲେଙ୍କା)ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ମୁଣ୍ଡିଆସାହିର ଗୋପବନ୍ଧୁନଗରରେ ଜଣେ ନାବାଳିକା(୬)ଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଘଟଣା ଜଣାପଡ଼ିବା ପରେ ଗାଁ ଲୋକେ ଜଣେ ଯୁବକଙ୍କୁ ଧରି ନିସ୍ତୁକ ମାଡ଼ ମାରିବା ସହ ରାସ୍ତାରୋକ କରିଥିଲେ।

ତେବେ ଘଟଣାସ୍ଥଳରେ ଭୁବନେଶ୍ୱର ଡିସିପି ଅନୁପ୍‌ ସାହୁ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା। ଘଟଣାସ୍ଥଳରେ ଏକ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଡିସିପି କହିଛନ୍ତି ଯେ,ଏକ ସ୍ୱତନ୍ତ୍ର ଟିମ୍ ଦ୍ୱାରା ଉକ୍ତ ଘଟଣାର ତଦନ୍ତ କରାଯିବ। ପୀଡ଼ିତାଙ୍କ ବାପାଙ୍କୁ ଥାନା ଭିତରେ ମାଡ଼ମରା ଘଟଣାର ମଧ୍ୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିସିପି।

ଅଭିଯୋଗ ଅନୁସାରେ ଗତକାଲି ରାତି ପ୍ରାୟ ୧୦ଟାରେ ନାବାଳିକା ଜଣକ ଘର ବାହାରେ ଖେଳୁଥିଲା। ପରେ ସେ କୁଆଡ଼େ ଗାଏବ ହୋଇଯାଇଥିଲା। ପରିବାର ଲୋକେ ଚାରିଆଡ଼େ ଖୋଜାଖୋଜି କରିଥିଲେ। ହେଲେ ଝିଅକୁ ପାଇ ନଥିଲେ। ପରେ ପରିବାର ଲୋକେ ସମ୍ପୃକ୍ତ ଯୁବକଙ୍କୁ ଘରକୁ ପଚାରିବାକୁ ଯାଇଥିଲେ। ହେଲେ ସେ କବାଟ ଖୋଲି ନଥିଲେ। ପରେ ଗ୍ରାମବାସୀଙ୍କ ସହାୟତାରେ ପରିବାର ଲୋକେ ଯୁବକଙ୍କ ଘରେ ପଶିଥିଲେ। ସେଠାରେ ଝିଅର ମୃତଦେହ ପଡ଼ିଥିବା ଦେଖିଥିଲେ।

ଯୁବକ ଜଣଙ୍କ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ଡାକିନେଇ ଦୁଷ୍କର୍ମ କରିବା ପରେ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।  ଘଟଣାରେ ଗାଁ ଲୋକେ ସନ୍ଦେହରେ ଜଣେ ଯୁବକଙ୍କୁଧରି ନିସ୍ତୁକ ମାଡ଼ ମାରିଥିଲେ।



from Odisha Reporter http://bit.ly/2KF6bKi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages