
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ପଣା ସଂକ୍ରାନ୍ତି। ଏହି ଦିନକୁ ଓଡ଼ିଆ ନବ ବର୍ଷ ଭାବରେ ମଧ୍ୟ ପାଳନ କରାଯାଇଥାଏ। ତେଣୁ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
Wishing the vibrant Odia community a Happy New Year! pic.twitter.com/IFVWP5hKzM
— Chowkidar Narendra Modi (@narendramodi) April 14, 2019
ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିବା ସହ ସ୍ୱପ୍ନ ସାକାର ହେଉ ବୋଲି କହିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମଧ୍ୟ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପା ଓ ଆଶୀର୍ବାଦରୁ ନବବର୍ଷଟି ସମସ୍ତଙ୍କ ପାଇଁ ସୁଖ ଓ ସମୃଦ୍ଧିର ବର୍ଷ ହେଉବୋଲି କାମନା କରିଛନ୍ତି।
ପବିତ୍ର ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପା ଓ ଆଶୀର୍ବାଦରୁ ନବ ବର୍ଷଟି ଆମ ସମସ୍ତଙ୍କ ପାଇଁ ସୁଖ ଓ ସମୃଦ୍ଧିର ବର୍ଷ ହେଉ। #OdiaNewYear #PanaSankranti pic.twitter.com/SW2j92ef7O
— Naveen Patnaik (@Naveen_Odisha) April 14, 2019
ପଣା ସଂକ୍ରାନ୍ତିରେ ମହାବୀର ହନୁମାନ ଜନ୍ମ ଗ୍ରହଣ କରିଥିଲେ। ତେଣୁ ଏହି ଦିନରେ ହନୁମାନଙ୍କ ପୂଜା ମଧ୍ୟ କରାଯାଏ। ତେବେ ପଣା ସଂକ୍ରାନ୍ତିର ଅନେକ ସ୍ୱତନ୍ତ୍ରତା ରହିଛି।
from Odisha Reporter http://bit.ly/2UBJyuQ
No comments:
Post a Comment