ଦେଶୀ ମଦ ଭାଟିକୁ ନେଇ ଗୋଷ୍ଠୀ ସଂଘର୍ଷ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 5, 2019

ଦେଶୀ ମଦ ଭାଟିକୁ ନେଇ ଗୋଷ୍ଠୀ ସଂଘର୍ଷ

groupclash

ଜଳେଶ୍ୱର (ଅଜିତ୍‌ କୁମାର ଦାସ): ବାଲେଶ୍ୱର ଜିଲ୍ଲା ରୁପ୍‌ସାରେ ଗୋଷ୍ଠୀ ସଂଘର୍ଷ ଘଟି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଗୋଷ୍ଠୀ ସଂଘର୍ଷ ହୋଇଛି। ଏକ ଦେଶୀ ମଦ ଭାଟି ବନ୍ଦକୁ ନେଇ ଏହି ଗୋଷ୍ଠୀ ସଂଘର୍ଷ ଘଟିଥିବା କୁହାଯାଉଛି।

ଗତକାଲି ଅବକାରୀ ବିଭାଗ ରୁପ୍‌ସା ଅଞ୍ଚଳରେ ଥିବା ଏକ ଦେଶୀ ମଦ ଭାଟିକୁ ସିଲ୍‌ କରିଥିଲା। ଏହାପରେ ଏହି ଘଟଣାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଗୋଟିଏ ଗୋଷ୍ଠୀ ଅନ୍ୟ ଏକ ଗୋଷ୍ଠୀକୁ ଆକ୍ରମଣ କରିବା ଫଳରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଉକ୍ତ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିବା ଜଣାପଡ଼ିଛି।



from Odisha Reporter http://bit.ly/2VpTUuj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages