
ଖୋର୍ଦ୍ଧା (ବଳରାମ ଲେଙ୍କା): ବିଜେପି ନେତା ମଙ୍ଗୁଳି ଜେନାଙ୍କୁ ହତ୍ୟା ପ୍ରତିବାଦରେ ଆଜି ଖୋର୍ଦ୍ଧା ବନ୍ଦ ଡାକରା ଦିଆଯାଇଛି। ବିଜେପି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ଏହା ସହିତ ଖୋର୍ଦ୍ଧା ଟାଉନ୍ ଥାନା ଆଗରେ ବିଜେପି କର୍ମୀମାନେ ଧାରଣାରେ ବସିଛନ୍ତି। ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବାକୁ ସେମାନେ ଦାବି କରିଛନ୍ତି।
ଗତକାଲି ରାତିରୁ ବଜେପିର ୫ ଜଣିଆ ଟିମ୍ ଟାଉନ୍ ଥାନା ଆଗରେ ଧାରଣାରେ ବସିଛନ୍ତି। ଏହି ଘଟଣାକୁ ନେଇ ଗତକାଲି ରାତିରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।
ଗତକାଲି ରାତିରେ ଖୋର୍ଦ୍ଧା ନବୀନାବାଗ ସ୍ଥିତ ବିଜେପି କାର୍ଯ୍ୟାଳୟ ନିକଟରେ ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରିଥିଲେ ଦୁର୍ବୃତ୍ତ।
from Odisha Reporter http://bit.ly/2X9HFCH
No comments:
Post a Comment