ପାଟକୁରା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ସାବିତ୍ରୀ ଅଗ୍ରୱାଲ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 30, 2019

ପାଟକୁରା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ସାବିତ୍ରୀ ଅଗ୍ରୱାଲ୍‌

sabitree

କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): ପାଟକୁରା ବିଧାନସଭା ଆସନ ପାଇଁ ଆଜି ସ୍ୱର୍ଗତ ବେଦ ପ୍ରକାଶ ଅଗ୍ରୱାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲ୍ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବେଦ ପ୍ରକାଶଙ୍କ ପରଲୋକ ପରେ ଗତକାଲି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ପାଟକୁରା ଆସନ ପାଇ ତାଙ୍କ ନାଁ ଘୋଷଣା କରିଥିଲେ।

ବିଜେଡି ଏଥର ବି ଏହି ଆସନରେ ବେଦ ପ୍ରକାଶକୁ ପ୍ରାର୍ଥୀ କରିଥିଲା। ସେ ନାମାଙ୍କନପତ୍ର ବି ଦାଖଲ କରିଥିଲେ। ତେବେ ନିର୍ବାଚନ ୯ ଦିନ ପୂର୍ବରୁ ଏପ୍ରିଲ୍ ୨୦ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ତାଙ୍କର ପରଲୋକ ହୋଇଥିଲା। ଫଳରେ ନିର୍ବାଚନ କମିଶନ ପାଟକୁରା ବିଧାନସଭା ଆସନ ପାଇଁ ହେବାକୁ ଥିବା ନିର୍ବାଚନକୁ ସ୍ଥଗିତ ରଖିଥିଲେ।

କେନ୍ଦ୍ରାପଡ଼ା ଲୋକସଭା ଆସନ ଅଧୀନରେ ଆସୁଥିବା ପାଟକୁରା ବିଧାନସଭା ଆସନ ପାଇଁ ମେ’ ୧୯ ତାରିଖରେ ମତଦାନ ହେବ।

ଏହି ଆସନ ପାଇଁ ବିଜେପି ପକ୍ଷରୁ ବରିଷ୍ଠ ନେତା ବିଜୟ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି।

ସୂଚନାଯୋଗ୍ୟ, ବେଦପ୍ରକାଶ ଅଗ୍ରୱାଲ୍‌ ବିଜେଡି ଟିକେଟ୍‌ରେ ପାଟକୁରାରୁ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ବ୍ୟତୀତ ସେ ୪ ଥର କେନ୍ଦ୍ରାପଡ଼ା ଆସନରୁ ଉତ୍କଳ କଂଗ୍ରେସ, ଜନତା ପାର୍ଟି, ଜନତା ଦଳ ଓ ବିଜେପି ଟିକେଟ୍‌ରେ ଜିତି ବିଧାନସଭାକୁ ଯାଇଥିଲେ।



from Odisha Reporter http://bit.ly/2GLBlL6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages