ସ୍ୱାମୀଙ୍କୁ ପଥରରେ ଛେଚି ମାରିଦେଲା ସ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 16, 2019

ସ୍ୱାମୀଙ୍କୁ ପଥରରେ ଛେଚି ମାରିଦେଲା ସ୍ତ୍ରୀ

deadbody

ଉଦଳା(ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅନ୍ତର୍ଗତ ମହୁଲପଙ୍ଖା ଗାଁରେ ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ ପଥରରେ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି।

ମୃତକଙ୍କ ନାଁ ଟୁନା ବେସ୍ରା। ତାଙ୍କ ସ୍ତ୍ରୀଙ୍କ ନାଁ ଚମ୍ପା ବେସ୍ରା।

ଗତକାଲି ସନ୍ଧ୍ୟାରେ କୌଣସି କଥାକୁ ନେଇ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା। ସେହି ସମୟରେ ଟୁନା ପ୍ରଥମେ ସ୍ତ୍ରୀ ଚମ୍ପାକୁ ଆକ୍ରମଣ କରିଥିଲେ। ଏହା ପରେ ଚମ୍ପା ଉତ୍‌କ୍ଷିପ୍ତ ହୋଇ ଟୁନାଙ୍କ ମୁଣ୍ଡକୁ ଏକ ପଥରରେ ଛେଚି ଦେଇଥିଲେ।

ସ୍ଥାନୀୟ ଲୋକେ ଉଭୟଙ୍କୁ ଆହତ ଅବସ୍ଥାରେ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତରଖାନାରେ ଟୁନାଙ୍କର ମୃତ୍ୟୁ ଘଟିଥିଲା। ଚମ୍ପାଙ୍କର ଚିକିତ୍ସା ଚାଲିଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2UMaVmo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages