ବିଜେପି ନେତାଙ୍କୁ ଗୁଳି କରି ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 14, 2019

ବିଜେପି ନେତାଙ୍କୁ ଗୁଳି କରି ହତ୍ୟା

ଖୋର୍ଦ୍ଧା(ବଳରାମ ଲେଙ୍କା): ଜଣେ ପ୍ରମୁଖ ବିଜେପି ନେତାଙ୍କୁଖୋର୍ଦ୍ଧାରେ ଗୁଳି କରି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ମୃତକ ହେଲେ ମଙ୍ଗୁଳି ଜେନା। ସେ ଖୋର୍ଦ୍ଧା ବିଜେପି ମଣ୍ଡଳ ସଭାପତି ଥିଲେ। ଗତକାଲି ରାତି ପ୍ରାୟ ୧୧ଟା ସମୟରେ ଖୋର୍ଦ୍ଧା ନବୀନାବାଗ ବିଜେପି କାର୍ଯ୍ୟାଳୟ ନିକଟରେ ତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଜଣେ ଦୁର୍ବୃତ୍ତ ବାଇକରେ ଆସି ମଙ୍ଗୁଳିଙ୍କୁ ଗୁଳିମାଡ଼ କରିଥିବା ସୂଚନା ମିଳିଛି।

ତେବେ କିଏ ଓ କାହିଁକି ଏହି ହତ୍ୟାକାଣ୍ଡ ଘଟାଇଲା ତାହା ସ୍ପଷ୍ଟ ହୋଇନାହିଁ। ରାଜନୈତି ଶତୃତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥାଇପାରେ ବୋଲି ସନ୍ଦେହ କରାଯାଉଛି। ବିଜେଡି ଏହି ହତ୍ୟାକାଣ୍ଡରେ ସଂପୃକ୍ତ ବୋଲି ବିଜେପି ଅଭିଯୋଗ କରିଛି। ପୁଲିସ ଘଟଣାର ତଦନ୍ତ କରୁଛି। ତେବେ ବିଜେପିର ଅଭିଯୋଗ ନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ।

ଅନ୍ୟପଟେ ଏହି ହତ୍ୟାକାଣ୍ଡକୁ ବିରୋଧ କରି ବିଜେପି ପକ୍ଷରୁ ଆଜି ଖୋର୍ଦ୍ଧା ବନ୍ଦ ଡାକରା ଦିଆଯାଇଛି।



from Odisha Reporter http://bit.ly/2Iu4FrS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages