ରାତିରେ ପ୍ରବଳ ବର୍ଷା ହେବ, ୧୦ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 27, 2019

ରାତିରେ ପ୍ରବଳ ବର୍ଷା ହେବ, ୧୦ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତିରେ ପ୍ରବଳ ବର୍ଷା ହେବ। ଏପରିକି ଜୋରରେ ପବନ ବହିବା ସହିତ ଘଡ଼ଘଡ଼ି ମାରିବାର ଆଶଙ୍କା କରିଛି ଭୁବନେଶ୍ୱର ପାଣିପାଗ ବିଭାଗ। ଏଥିପାଇଁ ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।

ଆଜି ରାତି ସାଢ଼େ ୧୧ଟା ପର୍ଯ୍ୟନ୍ତ କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସମୟରେ ବର୍ଷା ଓ ଘଡ଼ଘଡ଼ି ମାରିବା ସହ ୩୦ରୁ ୪୦ କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ବାତ୍ୟାର ରୂପ ନେଇଛି। ପାଣିପାଗ ବିଶେଷଜ୍ଞଙ୍କ ପକ୍ଷରୁ ଏହାର ନାଁ ‘ଫୋନି’ ରଖାଯାଇଛି। ବାତ୍ୟା ‘ଫୋନି’ ବର୍ତ୍ତମାନ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବା ଆରମ୍ଭ କରିଛି। ଏହା ଚେନ୍ନାଇଠାରୁ ୧୨୦୦ କିମି ଦକ୍ଷିଣ ପୂର୍ବ ଓ ମଚ୍ଛଲିପଟନମଠାରୁ ୧୩୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ‘ଫୋନି’ ଆହୁରି ଘନୀଭୂତ ହୋଇ ଭୟଙ୍କର ରୂପ ଧାରଣ କରିବାର ସମ୍ଭାବନା ରହିଛି।

ହେଲେ ଏହାର ପ୍ରଭାବ ଓଡ଼ିଶାର ପଡିବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ କହିଛି।



from Odisha Reporter http://bit.ly/2L312Mq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages