ଯୁବକଙ୍କ ମୃତ୍ୟୁ ନେଇ ମେଡିକାଲରେ ଉତ୍ତେଜନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 8, 2019

ଯୁବକଙ୍କ ମୃତ୍ୟୁ ନେଇ ମେଡିକାଲରେ ଉତ୍ତେଜନା

ଝାରସୁଗୁଡା(ଭାଗିରଥୀ ସାହୁ): ଝାରସୁଗୁଡ଼ା ଜିଲ୍ଲା ସଦର ହସ୍ପିଟାଲରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ଘଟଣାରେ ଜଣେ କାର୍ଯ୍ୟରତ ଡାକ୍ତରଙ୍କୁ ରୋଗୀଙ୍କ ସମ୍ପର୍କୀୟମାନେ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ୍ ତିନି ଜଣଙ୍କୁ ଅଟକ ରଖିଛି।  ମୃତ ଯୁବକ ହେଲେ ଉମେଶ ଶର୍ମା।

ସୂଚନାଅନୁସାରେ, ରେଙ୍ଗାଲିଠାରେ ହୋଇଥିବା ଦୁର୍ଘଟଣାରେ ଉମେଶ ଆହତ ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଝାରସୁଗୁଡା ଜିଲ୍ଲା ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।  ତେବେ ହସ୍ପିଟାଲରେ ଚିକିତ୍ସା ବିଳମ୍ବ ହେବାରୁ ଉମେଶଙ୍କର ମୃତ୍ୟୁ ଘଟିଥିବା ତାଙ୍କ ସମ୍ପର୍କୀୟମାନେ ଅଭିଯୋଗ କରିଛନ୍ତି।

ଏଥିସହ ଚିକିତ୍ସା କରିଥିବା ଡାକ୍ତରଙ୍କ ଅବହେଳାରୁ ଉମେଶଙ୍କ ମୃତ୍ୟୁ ଘଟିଥିବା ସମ୍ପର୍କୀୟମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ମୃତକଙ୍କ ସମ୍ପର୍କୀୟମାନେ ଡାକ୍ତରଙ୍କୁ ମାଡ ମାରିଥିଲେ ଓ ହସ୍ପିଟାଲରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବାପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।



from Odisha Reporter http://bit.ly/2G7F4U2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages