ଭୁଜାଲିରେ ହାଣି ଛଡ଼ାଇ ନେଲେ ୫୦ ହଜାର ଟଙ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 17, 2019

ଭୁଜାଲିରେ ହାଣି ଛଡ଼ାଇ ନେଲେ ୫୦ ହଜାର ଟଙ୍କା

ଅନୁଗୋଳ(ବିରଜା ଦାଶ): ଦିନ ଦି’ପହରରେ ଜଣେ ବ୍ୟକ୍ତିଙ୍କୁ ଭୁଜାଲିରେ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଇଛନ୍ତି ୫୦ ହଜାର ଟଙ୍କା। ଏପରି ଘଟଣା ଅନୁଗୋଳ ଜିଲ୍ଲାରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

କିଶୋରନଗର ଯୁକ୍ତ ଦୁଇ କଲେଜର କର୍ମଚାରୀ ପ୍ରେମାନିଧି ସାହୁ ଆଜି କଲେଜ ଯାଇଥିଲେ। କଲେଜ ସାରି ବ୍ୟାଙ୍କରୁ ୫୦ ହଜାର ଟଙ୍କା ଉଠାଇ ଅପରାହ୍ନରେ ସାଇକେଲ୍‌ରେ ଘରକୁ ଫେରୁଥିଲେ। ଧସର ବ୍ରିଜ୍‌ ନିକଟରେ ଦୁଇ ଜଣ ଯୁବକ ଏକ ସ୍କୁଟିରେ ଆସି ତାଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ଶରୀର ବିଭିନ୍ନ ସ୍ଥାନରେ ଗଭୀର କ୍ଷତି ସୃଷ୍ଟି ହୋଇଛି। ପରେ ଟଙ୍କା ବ୍ୟାଗକୁ ଧରି ଦୁର୍ବୃତ୍ତମାନେ ଚମ୍ପଟ ମାରିଥିଲେ।

ପ୍ରେମାନିଧିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କିଶୋରନଗର ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଉଦ୍‌ବେଗଜନକ ରହିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମାତ୍ର ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇନାହିଁ।



from Odisha Reporter http://bit.ly/2UIeVUS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages