ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ୨୧୭ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 9, 2019

ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ୨୧୭ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ହାଇଭୋଲଟେଜ୍ ପ୍ରଚାର ଆଜି ସନ୍ଧ୍ୟାରେ ଶେଷ ହୋଇଛି। ୪ଟି ଲୋକସଭା ଓ ୨୮ଟି ବିଧାନସଭା ପାଇଁ ଏପ୍ରିଲ ୧୧ ତାରିଖରେ ଭୋଟଗ୍ରହଣ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ୬୦.୦୩ଲକ୍ଷ ଭୋଟର ୭୨୩୩ଟି ଭୋଟଗ୍ରହଣ କେନ୍ଦ୍ରରେ ୨୧୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଥିବାରୁ ବାହାର ଭୋଟରମାନଙ୍କୁ ସମ୍ପୃକ୍ତ ଅଞ୍ଚଳ ଛାଡ଼ିବା ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଜାରି କରିଛନ୍ତି।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ୪ଟି ଲୋକସଭା ନିର୍ବାଚନମଣ୍ଡଳୀ ଯଥା ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରରେ ୨୬ଜଣ ପ୍ରାର୍ଥୀ ଓ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ୧୯୧ଜଣ ପ୍ରାର୍ଥୀ ମଇଦାନରେ ରହିଛନ୍ତି। ଆଜି ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏସବୁ ନିର୍ବାଚନମଣ୍ଡଳୀରେ ଥିବା ମୋଟ ୭୨୩୩ଟି ମତଦାନ କେନ୍ଦ୍ର ମଧ୍ୟରୁ ୨୩୭୫ଟି କେନ୍ଦ୍ରକୁ ଅତି ସମ୍ବେଦନଶୀଳ ଘୋଷଣା କରାଯାଇଛି।

ଏହି ପର୍ଯ୍ୟାୟରେ ପ୍ରାୟ ୬୦ଲକ୍ଷ ୩ ହଜାର ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରୁ ୩୦.୩୦ଲକ୍ଷ ମହିଳା ଭୋଟର ଅଛନ୍ତି ଯାହାକି ପୁରୁଷ ଭୋଟରଙ୍କ ତୁଳନାରେ ଅଧିକ। ନକ୍ସଲ ପ୍ରବଣ ଜିଲ୍ଲାଗୁଡ଼ିକରେ ଭୋଟ୍ ହେଉଥିବାରୁ ଅଧିକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜ୍ୟ ପୁଲିସ ବାହିନୀ ସମେତ ବ୍ୟାପକ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇଛନ୍ତି।

ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର ମଇଦାନକୁ ବିଜେଡି ପକ୍ଷରୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ମଙ୍ଗ ଧରିଥିବାବେଳେ ପ୍ରଥମଥର ପାଇଁ ସେ ରାତିରେ ରୋଡ ଶୋ’ କରିଥିଲେ।

ସେହିପରି ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ଅଧ୍ୟକ୍ଷ ଅମିତ୍ ଶାହ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅନ୍ୟ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ନେତାମାନେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିଥିଲେ। ସେହିପରି କଂଗ୍ରେସ ପକ୍ଷରୁ ଦଳର ଅଧ୍ୟକ୍ଷ ରାହୁଲ ଗାନ୍ଧି ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିଥିଲେ। ରାହୁଲଙ୍କ ବ୍ୟତୀତ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲା ଓ ଅନ୍ୟ ବରିଷ୍ଠ ନେତାମାନେ ର‌୍ୟାଲି ଓ ନିର୍ବାଚନୀ ସଭା କରିଥିଲେ।

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ କଂଗ୍ରେସରୁ ବରିଷ୍ଠ ନେତା ଭକ୍ତଚରଣ ଦାସ, ପ୍ରଦୀପ ମାଝୀ, ତାରାପ୍ରସାଦ ବାହିନୀପତି, ବିଜେଡିରୁ ପୁଷ୍ପେନ୍ଦ୍ର ସିଂହଦେଓ, ଭୂପିନ୍ଦର ସିଂ, ରମେଶ ମାଝୀ, ଚନ୍ଦ୍ରଶେଖର ସାହୁ, ରବିନାରାୟଣ ନନ୍ଦ , ବିଜେପିରୁ ଦଳର ରାଜ୍ୟ ସଭାପତି ବସନ୍ତ ପଣ୍ଡା, ପ୍ରଦୀପ ନାଏକ, ଜୟରାମ ପାଙ୍ଗୀ ଆଦି ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି।



from Odisha Reporter http://bit.ly/2uVLFL6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages