ଗଛରେ ପିଟି ହେଲେ ଅଟୋ: ଜଣେ ମୃତ, ଜଣେ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 19, 2019

ଗଛରେ ପିଟି ହେଲେ ଅଟୋ: ଜଣେ ମୃତ, ଜଣେ ଗୁରୁତର

accident

ଟିଟିଲାଗଡ଼ (ମାନସ ରଞ୍ଜନ ମହାନ୍ତି): ଗଛରେ ପିଟି ହୋଇଗଲା ଅଟୋ। ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି।

ଘଟଣାଟି ଘଟିଛି ବଲାଙ୍ଗିର ଜିଲ୍ଲାରେ। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନି। ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଅଟୋଟି ବଡ଼ମାଲ ଗୋଳାବାରୁଦ କାରଖାନା ନିକଟସ୍ଥ ଫପସି ଗାଁରୁ ଜଣେ ଯାତ୍ରୀଙ୍କୁ ନେଇ ଟିଟିଲାଗଡ଼ ଆସୁଥିବା ବେଳେ ଅପରାହ୍ନ ପ୍ରାୟ ୪ଟା ବେଳେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା।

ଟିଟିଲାଗଡ଼ ପୁଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2veGTIt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages