ଟ୍ରକ୍‌ ଧକ୍କାରେ ଚାଲିଗଲା ଦୁଇ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 10, 2019

ଟ୍ରକ୍‌ ଧକ୍କାରେ ଚାଲିଗଲା ଦୁଇ ଜୀବନ

ମୁନିଗୁଡ଼ା(ନନ୍ଦ କିଶୋର ପଟ୍ଟନାୟକ): ବାଇକରେ ଯାଉଥିବା ବେଳେ ଗୋଟିଏ ଟ୍ରକ୍‌ ପିଟିଦେବାରୁ ଘଟଣାସ୍ଥଳରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଆଜି ଏମିତି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରାୟଗଡ଼ା ଜିଲ୍ଲାରେ ଘଟିଛି।

ଅମ୍ୱାଦଳା ଗାଁର ବୈଷ୍ଣବ ପିରିବାକା ଓ ବିଷମକଟକ ବୁର୍ଜୁ ହିକକା ବିଷମକଟକରୁ ମୁନିଗୁଡ଼ା ଅଭିମୁଖେ ଯାଉଥିଲେ। ପୋଟାମୁଣ୍ଡା ନିକଟରେ ଏକ ଅଜଣା ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଦୁର୍ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ବୁଝାଶୁଝା କରିବା ପରେ ଉତ୍ତେଜନା ଶାନ୍ତ ପଡ଼ିଥିଲା।



from Odisha Reporter http://bit.ly/2U80tQL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages