ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 26, 2019

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର। ଆଜି ପ୍ରଚାରର ଶେଷ ଦିନ ଥିବାରୁ ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପ୍ରଚାରକୁ ଜୋରଦାର କରିଛନ୍ତି।

ନିର୍ବାଚନ ପ୍ରଚାର ପାଇଁ ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହ। ସେ ଆଜି ପ୍ରଥମେ ମୟୂରଭଞ୍ଜ ଜିଲ୍ଲା ମୋରଡାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ଏହାପରେ ଅପରାହ୍ଣରେ ଯାଜପୁର ଜିଲ୍ଲା ସୁକିନ୍ଦାଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ।

ସେହିପରି ଶେଷ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଆଜି ମାରାଥନ ପ୍ରଚାର କରିବେ। ମୁଖ୍ୟମନ୍ତ୍ରୀ ପ୍ରଥମେ ପଟ୍ଟାମୁଣ୍ଡାଇର ତିନିମୁହାଣୀରେ ରୋଡ ଶୋ କରିବେ। ଏହାପରେ ଆଳିରେ ମଧ୍ୟ ରୋଡ୍ ଶୋ କରିବେ। ସେହିପରି ଅପରାହ୍ନରେ ଟାଙ୍ଗିରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ।



from Odisha Reporter http://bit.ly/2IJ9qPj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages