
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୭ ତାରିଖରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ପୁଣି ଥରେ ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଶ୍ରୀ ଶାହା ୨୭ ତାରିଖ ଅପରାହ୍ନ ସାଢେ ୧୧ଟାରେ ମୟୂରଭଞ୍ଜ ଜିଲ୍ଲା ମୋରଡ଼ାଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ଏହା ପରେ ଶ୍ରୀ ଶାହା ଅପରାହ୍ନ ୧ଟା ୧୫ରେ ଯାଜପୁର ଜିଲ୍ଲା ସୁକିନ୍ଦାଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି ବୋଲି ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।
from Odisha Reporter http://bit.ly/2GGn1oe
No comments:
Post a Comment