ନଦୀକୂଳରୁ ମିଳିଲା ନିଖୋଜ ଯୁବତୀଙ୍କ ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 13, 2019

ନଦୀକୂଳରୁ ମିଳିଲା ନିଖୋଜ ଯୁବତୀଙ୍କ ମୃତଦେହ

ରାୟଗଡ଼ା(ମନୋଜ ପାତ୍ର): ରାୟଗଡ଼ା ଜିଲ୍ଲା ମଝିଘରିଆଣୀ ମନ୍ଦିର ନିକଟସ୍ଥ ଝଞ୍ଜାବତୀ ନଦୀକୂଳରୁ ପୁଲିସ୍ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ତାଙ୍କ ନାଁ କେ.ସରୋଜିନୀ। ତାଙ୍କ ଘର ବାକିଠି ସାହିରେ ବୋଲି ଜଣାପଡ଼ିଛି।

ସରୋଜିନୀ ୧୧ ତାରିଖରୁ ନିଖୋଜ ଥିବାବେଳେ ଗତକାଲି ତାଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଥିଲା। ଆଜି କିଛି ଲୋକ ନଦୀ କୂଳରେ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।

ସରୋଜିନୀଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନଥିବା ବେଳେ ସେ ନଦୀରେ ଗାଧୋଉଥିବା ବେଳେ ବୁଡ଼ି ଯାଇଥିବା ସନ୍ଦେହ କରାଯାଉଛି। ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସବୁ ସ୍ପଷ୍ଟ ହୋଇଯିବ ବୋଲି ପୁଲିସ୍ କହିଛି।

 



from Odisha Reporter http://bit.ly/2UTR2c2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages