ଆସୁଛି ବାତ୍ୟା; ଓଡ଼ିଶା ଉପରେ ପ୍ରଭାବ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 26, 2019

ଆସୁଛି ବାତ୍ୟା; ଓଡ଼ିଶା ଉପରେ ପ୍ରଭାବ ନାହିଁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭାରତ ମହାସାଗରର ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ରେସନର ରୂପ ନେଇଛି। ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍ ଡିପ୍ରେସନରେ ପରିଣତ ହେବ। ଡିପ୍ ଡିପ୍ରେସନର ୧୨ ଘଣ୍ଟା ପରେ ଏହା ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଶଶିକାନ୍ତ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ ଏହା ଚେନ୍ନାଇରୁ ୧୪୯୦କିଲୋମିଟର ଏବଂ ମଛଲିପଟନମରୁ ୧୭୬୦ କିଲୋମିଟର ଦୂରରେ ରହିଛି। ୩୦ ତାରିଖ ସୁଦ୍ଧା ଏହା ତାମିଲନାଡ଼ୁ ଓ ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି।”

ତେବେ ଆସୁଥିବା ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ‌ଆକାଶ ମେଘମୁକ୍ତ ରହିବ। କେବଳ କାଳବୈଶାଖୀ ପ୍ରଭାବରେ ଓଡ଼ିଶାରେ କାଁଭାଁ ବର୍ଷା ହେବ। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି।



from Odisha Reporter http://bit.ly/2vk5USO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages