ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୩ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 20, 2019

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୩ ଆହତ

injured

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ସଦର ଥାନା ଅନ୍ତର୍ଗତ କଳିକା ପ୍ରସାଦ ଗାଁରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହେବାରୁ ୩ ଜଣ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ଗତକାଲି ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରଥମେ କୌଣସି ଏକ କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏହାପରେ ଗଣ୍ଡଗୋଳ ଉଗ୍ରରୂପ ଧାରଣ କରିଥିଲା। ଉଭୟ ଗୋଷ୍ଠୀ ପରସ୍ପରକୁ ଫାର୍ସାରେ ଆକ୍ରମଣ କରିଥିଲେ।

ଏଥିରେ କଳିକା ପ୍ରସାଦ ଗାଁର ବିରଞ୍ଚି କୁମାର ମହାନ୍ତି, ସୁଶାନ୍ତ କୁମାର ଭଟ୍ଟ ଓ ଆଡ଼ଚେର ଗାଁର ବଗ ନାମକ ବ୍ୟକ୍ତି ଆହତ ହୋଇଛନ୍ତି। ପ୍ରଥମେ ସେମାନଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ବିରଞ୍ଚି ଓ ବଗଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବା ଆଶଙ୍କାରେ ପୁଲିସ୍‌ ଫୋର୍ସ ମୁତୟନ କରାଯାଇଛି।



from Odisha Reporter http://bit.ly/2PtRjxv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages