ପ୍ରଥମ ପର୍ଯ୍ୟାୟରେ ଭୋଟ୍ ଦେବେ ୬୦ ଲକ୍ଷରୁ ଅଧିକ ଭୋଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 5, 2019

ପ୍ରଥମ ପର୍ଯ୍ୟାୟରେ ଭୋଟ୍ ଦେବେ ୬୦ ଲକ୍ଷରୁ ଅଧିକ ଭୋଟର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ୧୧ ତାରିଖରେ ଅନୁଷ୍ଠିତ ହେବ। ଏଥିରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ୪ଟି ଲୋକସଭା ଆସନ ସହ ଏହା ଅଧୀନସ୍ଥ ୨୮ ଗୋଟି ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ।

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୭୨୩୩ ବୁଥ୍‌ରେ ୨୯୭୨୯୨୫ ପୁରୁଷ ଭୋଟର, ୩୦୩୦୨୨୨ ମହିଳା ଭୋଟର ଓ ୫୬୦ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୬୦ ଲକ୍ଷ ୩ ହଜାର ୭୦୭ ଜଣ ଭୋଟର ସେମାନଙ୍କର ମତଦାନ କରିବେ।

ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୨୬ ଜଣ ପାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏମାନଙ୍କ ମଧ୍ୟରେ ୨୪ ଜଣ ପୁରୁଷ ଓ ୨ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ଏହି ନିର୍ବାଚନରେ ୨୬ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ଜଣ ଜାତୀୟ ଦଳର, ୪ ଜଣ ରାଜ୍ୟସ୍ତରୀୟ ଦଳର, ୭ ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୩ ଜଣ ସ୍ୱାଧୀନ ପ୍ରାର୍ଥୀ ନିର୍ବାଚନରେ ଅଂଶଗ୍ରହଣ କରିବେ।

ସେହିପରି ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନରେ ୧୯୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏମାନଙ୍କ ମଧ୍ୟରେ ୧୭୫ ଜଣ ପୁରୁଷ ଓ ୧୬ ଜଣ ମହିଳା ପାର୍ଥୀ ଅଛନ୍ତି। ଏହି ନିର୍ବାଚନରେ ୧୯୧ ଜଣ ପାର୍ଥୀଙ୍କ ମଧ୍ୟରୁ ୭୯ ଜଣ ଜାତୀୟ ଦଳର, ୨୮ ଜଣ ରାଜ୍ୟସ୍ତରୀୟ ଦଳର, ୩୮ ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୪୬ ଜଣ ସ୍ୱାଧୀନ ପାର୍ଥୀ ନିର୍ବାଚନରେ ଅଂଶଗ୍ରହଣ କରିବେ।



from Odisha Reporter http://bit.ly/2IfpaZc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages