ସ୍ଲୋ’ ଓଭରରେଟ୍ ପାଇଁ କୋହଲିଙ୍କୁ ଜୋରିମାନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 14, 2019

ସ୍ଲୋ’ ଓଭରରେଟ୍ ପାଇଁ କୋହଲିଙ୍କୁ ଜୋରିମାନା

ମୋହାଲି: ଚଳିତ ଆଇପିଏଲରେ ପ୍ରଥମ ବିଜୟ ହାସଲ କରିଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦଳର ଅଧିନାୟକ ବିରାଟ କୋହଲିଙ୍କ ଉପରେ ସ୍ଲୋ’ ଓଭର ରେଟ୍ ପାଇଁ ୧୨ ଲକ୍ଷ ଟଙ୍କାର ଜୋରିମାନା ଲଗାଯାଇଛି।

ଆଇପିଏଲ କୋଡ୍ ଅଫ୍ କଣ୍ଡକ୍ଟ ଅନୁଯାୟୀ, ବିରାଟଙ୍କ ଏହା ପ୍ରଥମ ଅପରାଧ। ବିରାଟଙ୍କ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଓ ରାଜସ୍ଥାନ ରୟାଲ୍ସ ଅଧିନାୟକ ଆଜିଙ୍କ୍ୟ ରାହାଣେଙ୍କ ଉପରେ ମଧ୍ୟ ସ୍ଲୋ’ ଓଭର ରେଟ୍ ଯୋଗୁ ୧୨ ଲକ୍ଷ ଟଙ୍କାର ଜୋରିମାନା ଲାଗିସାରିଛି।

ସୂଚନାଯୋଗ୍ୟ, ଶନିବାର ଖେଳାଯାଇଥିବା ମ୍ୟାଚରେ ଆରସିସି ୮ ୱିକେଟରେ କିଙ୍ଗସ ଇଲେଭେନ୍ ପଞ୍ଜାବକୁ ହରାଇ ଚଳିତ ସିଜନରେ ପ୍ରଥମ ବିଜୟ ହାସଲ କରିଛି। ଆରସିବି ତା’ର ପରବର୍ତ୍ତୀ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ।



from Odisha Reporter http://bit.ly/2GazyPo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages