ଅନନ୍ତ ଜେନା ଓ ସୌମ୍ୟ ପଟ୍ଟନାୟକଙ୍କୁ ବିଜେଡି ଟିକେଟ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 2, 2019

ଅନନ୍ତ ଜେନା ଓ ସୌମ୍ୟ ପଟ୍ଟନାୟକଙ୍କୁ ବିଜେଡି ଟିକେଟ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ଆଜି ୭ଟି ବିଧାନସଭା ଓ ୨ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି।
ଶେଷରେ ଚାପର ବଶବର୍ତ୍ତୀ ହୋଇ ଭୁବନେଶ୍ୱର-ମଧ୍ୟ ବିଧାନସଭା ଆସନରୁ ପୂର୍ବତନ ମେୟର ଅନନ୍ତ ନାରାୟଣ ଜେନାଙ୍କୁ ବିଜେଡି ଟିକେଟ୍ ଦେଇଛି। ସେଠାରେ ବିଧାୟକ ବିଜୟ ମହାନ୍ତିଙ୍କ ଟିକେଟ୍ କଟିଛି। ସେହିପରି ଖଣ୍ଡପଡ଼ା ବିଧାୟକ ଅନୁଭବ ପଟ୍ଟନାୟକଙ୍କ ପରିବର୍ତ୍ତେ ରାଜ୍ୟସଭା ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଖଣ୍ଡପଡ଼ାରୁ ପ୍ରାର୍ଥୀ କରାଯାଇଛି। ବିଜେଡି ଏପର୍ଯ୍ୟନ୍ତ ୧୪୪ଟି ବିଧାନସଭା ଓ ସମସ୍ତ ୨୧ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ।
ଢେଙ୍କାନାଳ ଲୋକସଭା ଆସନ ପାଇଁ ପାଲଲହଡ଼ା ବିଧାୟକ ମହେଶ ସାହୁଙ୍କୁ ବିଜେଡି ପ୍ରାର୍ଥୀ କରିଥିବାବେଳେ କେନ୍ଦୁଝର ଲୋକସଭା ଆସନରୁ ସଫ୍ଟୱେୟାର ଇଞ୍ଜିନିୟର ଚନ୍ଦ୍ରାଣୀ ମୁର୍ମୁୁ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ଏପର୍ଯ୍ୟନ୍ତ ୨୧ ଲୋକସଭା ଆସନରୁ ୭ଜଣ ମହିଳାଙ୍କୁ ପ୍ରାର୍ଥୀ କରିଛନ୍ତି ।
ସେହିପରି ଭୁବନେଶ୍ୱର-ଉତ୍ତର ଆସନରୁ ବିଧାୟକ ପ୍ରିୟଦର୍ଶୀ ମିଶ୍ରଙ୍କ ପରିବର୍ତ୍ତେ ବିଲଡର ସୁଶାନ୍ତ କୁମାର ରାଉତ, ଯାଜପୁରରୁ ପ୍ରଣବ ପ୍ରକାଶ ଦାସ, କୋରେଇରୁ ଅଶୋକ ବଳ, ପାଲଲହଡ଼ାରୁ ମୁକେଶ ପାଲ, ଆଠମଲ୍ଲିକରୁ ସଞ୍ଜିବ ସାହୁଙ୍କ ପରିବର୍ତ୍ତେ ରମେଶ ଚନ୍ଦ୍ର ସାଏଙ୍କୁ ଦଳ ପ୍ରାର୍ଥୀ କରିଛି। ଚମ୍ପୁଆ, ବାରିପଦା ଓ କେନ୍ଦ୍ରାପଡ଼ା ବିଧାନସଭା ଆସନରେ କିଏ ପ୍ରାର୍ଥୀ ହେବ ତାହା ଏପର୍ଯ୍ୟନ୍ତ ଦଳ ସ୍ଥିର କରିପାରି ନାହିଁ।



from Odisha Reporter https://ift.tt/2FIIUl7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages