ବିଜେପି ନେତା ହତ୍ୟା ଅଭିଯୋଗରେ ଦୁଇ ଅଟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 16, 2019

ବିଜେପି ନେତା ହତ୍ୟା ଅଭିଯୋଗରେ ଦୁଇ ଅଟକ

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧାର ବିଜେପି ନେତା ମଙ୍ଗୁଳି ଜେନା ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି। ଘଟଣାରେ ୨ ସନ୍ଦିଗ୍ଧଙ୍କୁ ଅଟକ ରଖାଯାଇଛି। ରାଜନୈତିକ ଆକ୍ରୋଶ ଓ ପୂର୍ବ ଶତ୍ରୁତା, ଉଭୟ ଦିଗରୁ ମାମଲାର ଖୋଳତାଡ଼ ଚାଲିଛି। ଘଟଣାରେ ସଂପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଧରାଯିବ ବୋଲି ତଦନ୍ତର ତଦାରଖ କରୁଥିବା କେନ୍ଦ୍ରାଞ୍ଜଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି।

ରବିବାର ରାତିରେ ଖୋର୍ଦ୍ଧା ବିଜେପି ମଣ୍ଡଳ ସଭାପତି ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଜଣେ ଦୁର୍ବୃତ୍ତ ସ୍କୁଟିରେ ଆସି ତାଙ୍କୁ ଗୁଳି କରିଥିବା ପ୍ରତ୍ୟକ୍ଷଦର୍ଶୀ କହିଥିଲେ। ରାଜନୈତିକ ଶତ୍ରୁତା ଯୋଗୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଥିବା ବେଳେ ହତ୍ୟାକାଣ୍ଡ ପଛରେ ବିଜେଡି କର୍ମୀଙ୍କ ହାତ ଥିବା ବିଜେପି ଅଭିଯୋଗ କରିଥିଲା। ମାତ୍ର ଏହାକୁ ବିଜେଡି ଖଣ୍ଡନ କରିଥିଲା।



from Odisha Reporter http://bit.ly/2Gp4axM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages