୩ୟ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟରେ ୭୧.୬୧% ମତଦାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 24, 2019

୩ୟ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟରେ ୭୧.୬୧% ମତଦାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟରେ ୭୧.୬୧ ପ୍ରତିଶତ ମତଦାନ ହୋଇଛି। ଏହି ପର୍ଯ୍ୟାୟରେ ସବୁଠାରୁ କମ୍‌ ମତଦାନ ଭୁବନେଶ୍ୱର ଲୋକସଭାକ୍ଷେତ୍ରରେ ହୋଇଛି। ଏଠାରେ ୫୯.୬୦ ପ୍ରତିଶତ ମତଦାନ ହୋଇଥିବା ଭାରତୀୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ସେହିପରି ସମ୍ବଲପୁର ଲୋକସଭା କ୍ଷେତ୍ରରେ ୭୬.୩୮ ପ୍ରତିଶତ ମତଦାନ ହୋଇଥିବା ବେଳେ କେନ୍ଦୁଝରରେ ୭୮.୧୬ ପ୍ରତିଶତ, ଢେଙ୍କାନାଳରେ ୭୪.୯୮, କଟକରେ ୬୯.୬୫ ପ୍ରତିଶତ ଓ ପୁରୀରେ ୭୨.୫୩ ପ୍ରତିଶତ ମତଦାନ ହୋଇଛି।

ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୬ ଲୋକସଭା ଓ ୪୨ ବିଧାନସଭା ପାଇଁ ଭୋଟ ହୋଇଥିଲା।

ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ଗତକାଲି ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ, ଭିଭିପ୍ୟାଟରେ ତ୍ରୁଟି ଯୋଗୁ ବଡ଼ମ୍ବା ବିଧାନସଭା ନିର୍ବାଚନମଣ୍ଡଳୀର ୧୯୬ ନମ୍ବର ବୁଥ୍ ଓ ଦେବଗଡ଼ର ୧୮୩ ନମ୍ବର ବୁଥରେ ମତଦାନ ସ୍ଥଗିତ ରଖାଯାଇଛି।



from Odisha Reporter http://bit.ly/2XFwvFP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages