୬ ବର୍ଷର ଝିଅକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ, ଯୁବକଙ୍କୁ ନିସ୍ତୁକ ମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 11, 2019

୬ ବର୍ଷର ଝିଅକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ, ଯୁବକଙ୍କୁ ନିସ୍ତୁକ ମାଡ଼

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ମୁଣ୍ଡିଆସାହିର ଗୋପବନ୍ଧୁନଗରରେ ଜଣେ ନାବାଳିକା(୬)ଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଜଣାପଡ଼ିବା ପରେ ଗାଁ ଲୋକେ ସନ୍ଦେହରେ ଜଣେ ଯୁବକଙ୍କୁଧରି ନିସ୍ତୁକ ମାଡ଼ ମାରିବା ସହ ପୁଲିସ ଜିମାରେ ଦେଇଛନ୍ତି। ଯୁବକଙ୍କ ଅବସ୍ଥା ଗୁରୁତର ଥିବାରୁ ତାକୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଗାଁ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି।

ଅଭିଯୋଗ ଅନୁସାରେ ଗତକାଲି ରାତି ପ୍ରାୟ ୧୦ଟା ସମୟରେ ନାବାଳିକା ଜଣଙ୍କ ଘର ବାହାରେ ଖେଳୁଥିଲା। ପରେ ସେ କୁଆଡ଼େ ଗାଏଫ ହୋଇଯାଇଥିଲା। ପରିବାର ଲୋକେ ଚାରିଆଡ଼େ ଖୋଜାଖୋଜି କରିଥିଲେ। ହେଲେ ଝିଅକୁ ପାଇ ନଥିଲେ। ପରେ ପରିବାର ଲୋକେ ଯୁବକଙ୍କୁ ଘରକୁ ପଚାରିବାକୁ ଯାଇଥିଲେ। ହେଲେ ସେ  କବାଟ ଖୋଲି ନଥିଲେ। ପରେ ଗ୍ରାମବାସୀଙ୍କ ସହାୟତାରେ ପରିବାର ଲୋକେ ଯୁବକଙ୍କ ଘରେ ପଶିଥିଲେ। ସେଠାରେ ଝିଅର ମୃତଦେହ ପଡ଼ିଥିବା ଦେଖିଥିଲେ।

ଯୁବକଙ୍କ ଜଣଙ୍କ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ଡାକିନେଇ ଦୁଷ୍କର୍ମ କରିବାପରେ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।  ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2G5cQYS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages