
ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ।
ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ।
ଏହା ଏକ ଗୁପ୍ତ ସେବା ଥିବାରୁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
from Odisha Reporter http://bit.ly/2DDqp1e
No comments:
Post a Comment