କାଲି ପୁଣି ଆସିବେ ଅମିତ ଶାହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 8, 2019

କାଲି ପୁଣି ଆସିବେ ଅମିତ ଶାହ

amitshah

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆସନ୍ତାକାଲି ପୁଣି ଓଡ଼ିଶା ଗସ୍ତରେ ଆସିବେ। ଆଜି ବିଜେପି ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ଏହି ସୂଚନା ଦେଇଛନ୍ତି।

ଅମିତ ଶାହ ପୁରୀରରେ ଏକ ରୋଡ୍ ଶୋ’ କରିବେ। ସିଂହଦ୍ୱାରରୁ ମାଉସୀ ମା’ ମନ୍ଦିର ପର୍ଯ୍ୟନ୍ତ ଏହି ରୋଡ୍ ଶୋ’ ହେବ।

ଏହା ପୂର୍ବରୁ ଗତ ରବିବାର ଅମିତ ଶାହ ଓଡ଼ିଶା ଆସି ଗଞ୍ଜାମର ପୋଲସରା ଓ ବରଗଡ଼ରେ ଦୁଇଟି ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। ଏପ୍ରିଲ୍ ୧ରେ ମଧ୍ୟ ସେ ଓଡ଼ିଶା ଆସିଥିଲେ। ସେହିଦିନ ସେ ପାରଳାଖେମୁଣ୍ଡିରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ।

ଗୋଲକ ମହାପାତ୍ର ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ୍ ୧୫ କିମ୍ବା ୧୬ରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ସେ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ।

ସୂଚନାଯୋଗ୍ୟ, ୟା ଭିତରେ ପ୍ରଧାନମନ୍ତ୍ରୀ କୋରାପୁଟର ଜୟପୁର, କଳାହାଣ୍ଡିର ଭବାନୀପାଟଣା, ସୁନ୍ଦରଗଡ଼ ଓ ସୋନପୁରରେ ନିର୍ବାଚନୀ ସଭା କରି ସାରିଛନ୍ତି।



from Odisha Reporter http://bit.ly/2UqdPwT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages