
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାତିରେ ରାଜ୍ୟର ୧୧ ଜିଲ୍ଲାରେ ଧୂଳିଝଡ଼ ହେବ। ଏହାଛଡ଼ା ବର୍ଷା ଓ ବଜ୍ରପାତ ହେବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଜି ରାତି ସାଢ଼େ ୧୦ଟା ସୁଦ୍ଧା ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର, ବାଲେଶ୍ୱର, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଧୂଳିଝଡ଼ ସହ ବର୍ଷା ହେବ। ଏହି ସମୟରେ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
ସୂଚନାଯୋଗ୍ୟ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରଚଣ୍ଡ ଖରା ଯୋଗୁ ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ୮ ଜଣଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
from Odisha Reporter http://bit.ly/2JJenHA
No comments:
Post a Comment