ସଚେତନତା ଓ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବେ ବିଜେପି କର୍ମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 2, 2019

ସଚେତନତା ଓ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବେ ବିଜେପି କର୍ମୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ସମ୍ଭାବ୍ୟ ‘ଫୋନି’ ବାତ୍ୟାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କୁ ସଚେତନ କରାଇବା ସହ ଉଦ୍ଧାର କାର୍ଯ୍ୟରେ ରାଜ୍ୟର ସମସ୍ତ ବିଜେପି କର୍ମକର୍ତ୍ତାମାନେ ନିୟୋଜିତ ହେବେ। ଏନେଇ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ଆଜି ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଯେ,ଦଳର କର୍ମକର୍ତ୍ତାମାନେ ନିଜ ନିଜ ଅଞ୍ଚଳରେ ସଜାଗ ରହି ଲୋକଙ୍କୁ ସଚେତନ ଓ ସତର୍କ କରାଇବେ। ଏଥି ସହ ବାତ୍ୟା ପରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ବିଭିନ୍ନ ସରକାରୀ ଏବଂ ବେସରକାରୀ ସଙ୍ଗଠନମାନଙ୍କ ସହ ମିଶି ବିଜେପି କର୍ମକର୍ତ୍ତାମାନେ କାର୍ଯ୍ୟ କରିବେ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାକୁ ଆଗୁଆ ୩୪୦ କୋଟି ୮୭ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିଲ୍ଲୀ ଗସ୍ତ କରି ଓଡ଼ିଶାରେ କିପରି ଅଧିକରୁ ଅଧିକ ସହାୟତା ସୁବିଧା ପହଞ୍ଚାଯାଇପାରିବ ସେ ସମ୍ବନ୍ଧରେ ବିଭିନ୍ନ ବିଭାଗର ସଚିବମାନଙ୍କ ସହ ଆଲୋଚନା କରିଛନ୍ତି।

ସ୍ୱତନ୍ତ୍ର ହେଲିକପ୍ଟର ଏବଂ ସ୍ୱତନ୍ତ୍ର ଟ୍ରେନ ଯୋଗାଇବାରେ କେନ୍ଦ୍ର ସରକାରଙ୍କ ପ୍ରମୁଖ ଭୂମିକା ରହିଛି। ଓଡ଼ିଶା ସରକାର ‘ଫୋନି’ ପାଇଁ ଯେକୌଣସି ସହାୟତା ଲୋଡିବେ ମୋଦି ସରକାର ଦେବା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ଶ୍ରୀ ମହାପାତ୍ର କହିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ଦଳର ରାଜ୍ୟ ମୁଖପାତ୍ର ଉମାକାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।



from Odisha Reporter http://bit.ly/2LhgKUn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages