ଭୋଟ୍‌ ଗଣତି କେନ୍ଦ୍ରରେ ଚାଲିଗଲା ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 23, 2019

ଭୋଟ୍‌ ଗଣତି କେନ୍ଦ୍ରରେ ଚାଲିଗଲା ଜୀବନ

ଭୋପାଲ: ଏକ ଦୁଃଖଦ ଘଟଣାରେ ମଧ୍ୟପ୍ରଦେଶର ଏକ ଭୋଟ୍‌ ଗଣତି କେନ୍ଦ୍ରରେ ହିଁ ଜଣେ କଂଗ୍ରେସ ନେତା ପ୍ରାଣ ହରାଇଛନ୍ତି। ହୃଦ୍‌ଘାତ କାରଣରୁ ହିଁ ସେ ପ୍ରାଣ ହରାଇଥିବା ଜଣାପଡ଼ିଛି। ତାଙ୍କ ନାମ ରତନ ସିଂହ ଏବଂ ସେ ସେହୋର ଜିଲ୍ଲାର ବୋଲି ଜଣାପଡ଼ିଛି।

ସେ ଭୋଟ୍‌ ଗଣତି କେନ୍ଦ୍ରରେ କିଏ କେତେ ଆଗୁଆ ରହିଲେ, ସେନେଇ ସେ ତଥ୍ୟ ସଂଗ୍ରହ କରୁଥିଲେ। ହଠାତ୍ ତାଙ୍କ ଛାତିରେ ଯନ୍ତ୍ରଣା ହେବା ସହ ସେ ସେଠାରେ ହିଁ ଟଳିପଡ଼ିଥିଲେ।

ଏହି ଖବର ସେତେବେଳେ ଆସିଛି ଯେତେବେଳେ କଂଗ୍ରେସ ଭୋଟ୍‌ ଗଣତିରେ ବହୁତ ପଛୁଆ ଚାଲିଛି। ଯଦିଓ ମଧ୍ୟପ୍ରଦେଶରେ କଂଗ୍ରେସ ସରକାର ଗଠନ କରିବାରେ ସମର୍ଥ ହୋଇଛି, ଲୋକସଭା ନିର୍ବାଚନରେ ବିଜେପିକୁ ବିପୁଳ ଭୋଟର୍ ସମର୍ଥନ ମିଳିବାର ସମ୍ଭାବନା ରହିଛି। କେନ୍ଦ୍ରରେ ବିଜେପି ପୁଣି ସରକାର କରିବାର ଅଛି। ବିଧାନସଭା ନିର୍ବାଚନରେ ଏକାଥରେ ଛତିଶଗଡ଼, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନ ହରାଇଥିବା ବିଜେପି ଲୋକସଭା ନିର୍ବାଚନରେ ସର୍ବାଧିକ ଆସନ ଏହି ସବୁ ହିନ୍ଦୀଭାଷୀ ଅଞ୍ଚଳରୁ ପାଇବା ନିଶ୍ଚିତ ହେବାରେ ଲାଗିଛି।



from Odisha Reporter http://bit.ly/2X1wo7M

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages