
ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ କୋରଡ଼ା ଗାଁ ତ୍ରିନାଥ ମନ୍ଦିର ପରିସରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ଜିତୁ ନାୟକ। ତାଙ୍କ ଘର କୋରଡ଼ା ଗାଁରେ ବୋଲି ଜଣାପଡ଼ିଛି।
ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏହି ତ୍ରିନାଥ ମନ୍ଦିର ପରିସରରେ ଜିତୁଙ୍କ ମୃତଦେହ ପଡ଼ିଥିବା ନେଇ ପ୍ରଥମେ ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ।
ଜିତୁଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଶବ ଚିହ୍ନଟ କରିଛନ୍ତି। ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତଦେହ ନିକଟରେ ମୁନିଆ ପଥର ପଡ଼ିଥିବା ଦେଖିବାକୁ ମିଳିଛି। ନୂଆଗାଁ ପୁଲିସ୍ ଘଟଣାର ତଦନ୍ତ କରୁଛି।
from Odisha Reporter http://bit.ly/2VnjOhl
No comments:
Post a Comment