ଓଡ଼ିଶା ଆସିବା ପୂର୍ବରୁ ଟ୍ୱିଟ୍‌ କରି ସମସ୍ତ ସହାୟତା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 5, 2019

ଓଡ଼ିଶା ଆସିବା ପୂର୍ବରୁ ଟ୍ୱିଟ୍‌ କରି ସମସ୍ତ ସହାୟତା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

narendra

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ‘ଫୋନି’ ପ୍ରଭାବିତ ଅଞ୍ଚଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ରାଜ୍ୟର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଓଡ଼ିଶା ଗସ୍ତରେ ଆସିବା ପୂର୍ବରୁ ମୋଦି ଏକ ଟ୍ୱିଟ୍ କରିଛନ୍ତି। ସେଥିରେ ସେ ଲେଖିଛନ୍ତି ଯେ, ରିଲିଫ୍ ଓ ଥଇଥାନ କାର୍ଯ୍ୟରେ କେନ୍ଦ୍ର ସରକାର ଯଥାସମ୍ଭବ ସମସ୍ତ ପ୍ରକାରର ସହାୟତା କରିବେ।

ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଯିବେ। ଆକାଶ ମାର୍ଗରୁ ସେ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି କ୍ଷୟକ୍ଷତିର ଅନୁଧ୍ୟାନ କରିବେ।

ଏହା ପରେ ୯ଟା ୪୦ରୁ ୧୦ଟା ମଧ୍ୟରେ ଭୁବନେଶ୍ୱର ବିମାନ ବନ୍ଦର ଟର୍ମିନାଲ ୧ ରେ ରାଜ୍ୟ ସରକାରଙ୍କ ସହ ଫୋନି କ୍ଷୟକ୍ଷତି ନେଇ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।

‘ଫୋନି’ ବିଶେଷ ଭାବେ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାରୁ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ବିଜେପି ପକ୍ଷରୁ ଅଧିକ ସହାୟତା ପାଇଁ ଅନୁରୋଧ କରାଯିବ ବୋଲି ଦଳର ରାଜ୍ୟ ଉପ-ସଭାପତି ସମୀର ମହାନ୍ତି କହିଛନ୍ତି।



from Odisha Reporter http://bit.ly/2V65WIx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages