ଘୁଞ୍ଚିଲା ପାଟକୁରା ନିର୍ବାଚନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 6, 2019

ଘୁଞ୍ଚିଲା ପାଟକୁରା ନିର୍ବାଚନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପାଟକୁରା ବିଧାନସଭା ନିର୍ବାଚନ ଘୁଞ୍ଚିଲା। ବାତ୍ୟା ‘ଫୋନି’ ଯୋଗୁଁ ନିର୍ବାଚନ ୬୦ ଦିନ ପର୍ଯ୍ୟନ୍ତ ଘୁଞ୍ଚାଇଲେ ନିର୍ବାଚନ କମିଶନ। ପୂର୍ବରୁ ନିର୍ବାଚନ ଘୁଞ୍ଚାଇବାକୁ କମିଶନଙ୍କଠାରେ ଦାବି କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
୪ର୍ଥ ପର୍ଯ୍ୟାୟରେ ପାଟକୁରାରେ ନିର୍ବାଚନ ହେବାକୁ ସ୍ଥିର ହୋଇଥିଲା। ମାତ୍ର ବିଜେଡି ବିଧାୟକ ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରୱାଲ୍‌ଙ୍କ ଦେହାନ୍ତ ଯୋଗୁ ନିର୍ବାଚନକୁ ସ୍ଥଗିତ ରଖିଥିଲେ ନିର୍ବାଚନ କମିଶନ। ପରେ ମେ’ ୧୯ ତାରିଖରେ ନିର୍ବାଚନ କରିବାକୁ ଦିନ ଧାର୍ଯ୍ୟ କରିଥିଲେ ନିର୍ବାଚନ କମିଶନ।
ପରବର୍ତ୍ତୀ ସମୟରେ ବାତ୍ୟା ଆସୁଥିବାରୁ ନିର୍ବାଚନ ଘୁଞ୍ଚାଇବାକୁ ନିର୍ବାଚନ କମିଶନରଙ୍କ ପାଖରେ ଦାବି କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାକୁ ନେଇ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି ହୋଇଥିଲା। ବିଜେପି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରାଙ୍କ ନିକଟରେ ଫେରାଦ ହୋଇ ପାଟକୁରାରେ ୧୯ ତାରିଖରେ ନିର୍ବାଚନ ହେଉ ବୋଲି ଦାବି କରିଥିଲେ।



from Odisha Reporter http://bit.ly/2vHZYTU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages