
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପାଣିପାଗ ବିଭାଗ ପକ୍ଷରୁ ଆଜି ୪ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲ୍ଲାଗୁଡ଼ିକରେ ଆଜି ବର୍ଷା, ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ଗତ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା। ସେହିପରି ଗତ ଦୁଇ ଦିନରେ ବଜ୍ରପାତରେ ବିଭିନ୍ନ ସ୍ଥାନରେ ୭ ଜଣଙ୍କ ମୃତ୍ୟୁ ଘଟିଛି।
from Odisha Reporter http://bit.ly/2EeynOS
No comments:
Post a Comment