‘ଫୋନି’ ମୃତ୍ୟୁ ସଂଖ୍ୟା ୪୧କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 8, 2019

‘ଫୋନି’ ମୃତ୍ୟୁ ସଂଖ୍ୟା ୪୧କୁ ବୃଦ୍ଧି

balukhand

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବାତ୍ୟା ‘ଫୋନି’ ମୃତ୍ୟୁ ସଂଖ୍ୟା ସରକାରୀ ଭାବେ ୪୧ ହୋଇଛି। ଭୁବନେଶ୍ୱର ଓ ପୁରୀରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ହୋଇଛି। ତେବେ କଟକରେ ୮୦%, ଖୋର୍ଦ୍ଧାରେ ୭୦% ଓ ଜଟଣୀରେ ୫୦% ଜଳ ଯୋଗାଣ ବ୍ୟବସ୍ଥା ହୋଇପାରିଛି। ଏନେଇ ସୂଚନା ଦେଇଛନ୍ତି ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବ ସଞ୍ଜୟ ସିଂ।

ଆଜି କଟକରେ ଶତ ପ୍ରତିଶତ ଜଳ ଯୋଗାଣ ବ୍ୟବସ୍ଥା ହୋଇଯିବ। ସେପଟେ ଭୁବନେଶ୍ୱରରେ ୧୦ ତାରିଖ ସୁଦ୍ଧା  ୮୦% ଏବଂ ୧୨ ତାରିଖ ସୁଦ୍ଧା ୧୦୦ ପ୍ରତିଶତ ବିଦ୍ୟୁତ ସେବା ମିଳିବ। ପୁରୀରେ ବିଦ୍ୟୁତ ସେବା ବେଶି କ୍ଷତିଗ୍ରସ୍ତ ହୋଇଛି। ପୁରୀରେ ଆସନ୍ତା ୧୨ ତାରିଖରେ ବିଦ୍ୟୁତ ଯୋଗାଣ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି।

 



from Odisha Reporter http://bit.ly/2VQ9oeC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages