
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଗ୍ର ରୂପ ଧାରଣ କରି ଓଡ଼ିଶା ନିକଟତର ହେଉଛି ସାମୁଦ୍ରିକ ଝଡ଼ ‘ଫୋନି’। ଏହା ପୁରୀଠାରୁ ୪୩୦ କିମି ଦୂରରେ ରହିଛି। କାଲି ଅପରାହ୍ନରେ ଏହା ପୁରୀ ପାଖାପାଖି ସ୍ଥଳଭାଗ ଅତିକ୍ରମ କରିବ। ଏହି ସମୟରେ ପ୍ରବଳ ବର୍ଷା ସାଙ୍ଗକୁ ଜୋରରେ ପବନ ବହିବ। ଏଥିରେ ଯେପରି କେହି ମୃତାହତ ନ ହୁଅନ୍ତି, ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସବୁପ୍ରକାର ପ୍ରସ୍ତୁତି କରାଯାଉଛି। ସେଥିପାଇଁ ଉପକୂଳ ଜିଲ୍ଲାଗୁଡ଼ିକର ତଳିଆ ଅଞ୍ଚଳର ରହୁଥିବା ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଉଛି।
ଆଜି ଦିନ ୧୦ଟା ୩୦ ସୁଦ୍ଧା ୨୫ ହଜାର ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଥିବା ନେଇ ଏସ୍ଆର୍ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସନ୍ଧ୍ୟା ସୁଦ୍ଧା ୭ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯିବାକୁ ଲକ୍ଷ୍ୟ ରଖାଯାଇଛି।
ଏସ୍ଆର୍ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଆହୁରି କୁହାଯାଇଛି ଯେ, ‘ଫୋନି’ରେ ପ୍ରଭାବିତ ହେବାକୁ ଥିବା ୧୩ଟି ଜିଲ୍ଲାର ଲୋକଙ୍କୁ ସ୍ଥାନାନ୍ତରଣ କରାଯାଉଛି। ଆଜି ସଂଧ୍ୟା ସୁଦ୍ଧା ସ୍ଥାନାନ୍ତରଣ କାର୍ଯ୍ୟ ସାରିବାକୁ ଚେଷ୍ଟା ଚାଲିଛି। ବିଭିନ୍ନ ଜିଲ୍ଲାରେ ୩୦୦୧ଟି ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରହିଛି। ୧ ଲକ୍ଷ ଖାଦ୍ୟ ପୁଡ଼ିଆ ପ୍ରସ୍ତୁତ କରାଯାଉଛି। ଏଗୁଡ଼ିକୁ ରିଲିଫ୍ ଆକାରରେ ପଠାଯିବ।
from Odisha Reporter http://bit.ly/2vycDbS
No comments:
Post a Comment