‘ଫୋନି’ ପାଇଁ ଡାକ୍ତରଙ୍କ ଛୁଟି ବାତିଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 1, 2019

‘ଫୋନି’ ପାଇଁ ଡାକ୍ତରଙ୍କ ଛୁଟି ବାତିଲ

doctor

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ‘ଫୋନି’ ପାଇଁ ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକୁ ଅନ୍ୟାଦେଶ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ସବୁ ସରକାରୀ ଡାକ୍ତରଙ୍କ ଛୁଟି ବାତିଲ କରି ଦିଆଯାଇଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସେମାନେ ଛୁଟିରେ ରହିପାରିବେନି। ଆଉ ଯେଉଁମାନେ ଛୁଟିରେ ଅଛନ୍ତି, ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

‘ଫୋନି’ ୩ ତାରିଖରେ ଓଡ଼ିଶାରେ ଲ୍ୟାଣ୍ଡଫଲ୍ କରିବ ବୋଲି କୁହାଯାଉଥିବା ବେଳେ ଏହାର ପ୍ରଭାବରେ ୨ ତାରିଖ ସକାଳୁ ବର୍ଷା ଆରମ୍ଭ ହୋଇଯିବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଗତକାଲି ବର୍ଷା ହେବ। ୩ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ।

‘ଫୋନି’ ପାଇଁ ରାଜ୍ୟରେ ସତର୍କତାମୂଳକ ପଦକ୍ଷେପ ନିଆଯାଉଥିବା ବେଳେ ବାତ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଓ ରିଲିଫ୍ ବଣ୍ଟନ ପାଇଁ ବି ପ୍ରସ୍ତୁତି ଆରମ୍ଭ କରାଯାଇଛି। ୯ଟି ସ୍ଥାନରେ ଏନ୍‌ଡିଆର୍‌ଏଫ୍ ଟିମ୍‌କୁ ମୁତୟନ କରାଯାଇଥିବା ବେଳେ ୧୦ରୁ ଅଧିକ ଆଇଏଏସ୍‌ ଅଫିସରଙ୍କୁ ସ୍ୱତନ୍ତ୍ର ଭାବେ ଦାୟିତ୍ୱ ଦିଆଯାଇଛି। ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଉପକୂଳ ଓଡ଼ିଶାର ତଳୁଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।



from Odisha Reporter http://bit.ly/2ISxn6C

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages