୭ ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 16, 2019

୭ ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆଜି ରାଜ୍ୟର କେତେକ ସ୍ଥାନରେ ଧୂଳିଝଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଡ଼ଘଡ଼ି ମଧ୍ୟ ମାରିବ। ସେଥିପାଇଁ ୭ଟି ଜିଲ୍ଲାକୁ ରାତି ୮ଟା ୩୦ ଯାଏ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଲା ନୂଆପଡ଼ା, ବଲାଙ୍ଗିର, କେନ୍ଦୁଝର, ରାୟଗଡ଼ା, ଗଜପତି, ନୟାଗଡ଼ ଓ ଗଞ୍ଜାମ। ଏହି ୭ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ବର୍ଷା ସହ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।



from Odisha Reporter http://bit.ly/2W3VsxL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages