
ନୂଆପଡ଼ା(ମାୟାଧର ସରାଫ୍): ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ ଲାଲ୍ ସାହେବ ପଡ଼ା ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ସ୍ଥାନୀୟ ଫକୋଟପଡ଼ାର କାର୍ତ୍ତିକ ହାତୀ।
ଆଜି ସକାଳେ ସ୍ଥାନୀୟ ଲୋକେ ମୃତଦେହଟିକୁ ଦେଖି ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି। ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି।
from Odisha Reporter http://bit.ly/2EiOvi2
No comments:
Post a Comment