କଲବଲ କରୁଛି ତାତି, ୪୦ ଡିଗ୍ରୀ ଉପରେ ୧୩ ସହର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 22, 2019

କଲବଲ କରୁଛି ତାତି, ୪୦ ଡିଗ୍ରୀ ଉପରେ ୧୩ ସହର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ତମାମ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ଠାରୁ ଆରମ୍ଭ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶା ସବୁଠି ତତଲା ହାୱା ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି।

ବୁଧବାର ରାଜ୍ୟର ୧୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ସେହିପରି ୪୪.୩ ଡିଗ୍ରୀ ସହ ତାଳଚେର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ବଲାଙ୍ଗିରରେ ପାରଦ ୪୪ ଡିଗ୍ରୀ ରହିଥିବା ବେଳେ ସମ୍ବଲପୁର ୪୩.୯ ଡିଗ୍ରୀ, ଝାରସୁଗୁଡ଼ା ୪୩.୬ ଡିଗ୍ରୀ, ତତଲାଗଡ଼ ଭାବେ ପରିଚିତ ଟିଟିଲାଗଡ଼ରେ ୪୩.୬ ଡିଗ୍ରୀ, ସୋନପୁର ୪୩.୨ ଡିଗ୍ରୀ, ହୀରାକୁଦରେ ୪୨.୩ ଡିଗ୍ରୀ, ଅନୁଗୁଳ ୪୧.୯, ଭବାନୀପାଟଣା ୪୧.୫, ଫୁଲବାଣୀ ୪୧.୨, ଚାନ୍ଦବାଲିରେ ୪୧.୧ ଡିଗ୍ରୀ, ସୁନ୍ଦରଗଡ଼ ଓ ମାଲକାନଗିରି ୪୧ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।
ଉପକୂଳ ଓଡ଼ିଶାରେ ତାପାମତ୍ରା କମ୍‌ ଥିଲେ ହେଁ ପ୍ରବଳ ଗୁଳୁଗୁଳି ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିଛି। ରାଜଧାନୀ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୭.୭ ଡିଗ୍ରୀ ରହିଥିବା ବେଳେ କଟକର ତାପମାତ୍ରା ୩୭.୬ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ଆସନ୍ତକାଲି ମଧ୍ୟ ରାଜ୍ୟ ତମାମ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।



from Odisha Reporter http://bit.ly/2JW58DP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages