ରାଜ୍ୟ ସଂଗ୍ରହାଳୟରେ ପ୍ରଦର୍ଶିତ ହେବ କଳ୍ପନା ଦାସଙ୍କ ପୋଷାକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 28, 2019

ରାଜ୍ୟ ସଂଗ୍ରହାଳୟରେ ପ୍ରଦର୍ଶିତ ହେବ କଳ୍ପନା ଦାସଙ୍କ ପୋଷାକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ରାଜ୍ୟ ସଂଗ୍ରହାଳୟରେ ଏଭେରେଷ୍ଟ ବିଜୟନୀ କଳ୍ପନା ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏହି ଅବସରରେ ୨୦୦୮ ମସିହାରେ କଳ୍ପନା ଏଭେରେଷ୍ଟ ଚଢିଥିବା ବେଳେ ଯେଉଁ ପୋଷାକ ଓ ଉପକରଣ ବ୍ୟବହାର କରିଥିଲେ ସେସବୁ ପ୍ରଦର୍ଶିତ କରାଯାଇଛି। ଏହି ପୋଷାକକୁ ସେ ରାଜ୍ୟ ସଂଗ୍ରାହଳୟକୁ ୨୦୧୭ ମସିହାରେ ଅର୍ପଣ କରିଥିଲେ। ଆଗାମୀ ଦିନରେ ଏହି ପୋଷାକକୁ ସ୍ଥାୟୀ ଭାବେ ପ୍ରଦର୍ଶିତ ହେବ ବୋଲି ସଂଗ୍ରାହଳୟ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ହିମାଳୟର ଦୁଃସାହସିକ ଅଭିଯାନ ବେଳେ ଅମ୍ଳଜାନ ଅଭାବରୁ କଳ୍ପନା ଦାଶଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି। ହିମାଳୟ ଶିଖରରେ ପହଞ୍ଚି ପାଦ ଦେଶକୁ ଓହ୍ଲାଇବା ବେଳେ ଏହି ଦୁଃଖଦ ଘଟଣା ଘଟିଥିଲା। ମୃତ୍ୟୁ ବେଳକୁ କଳ୍ପନାଙ୍କୁ ୪୯ବର୍ଷ ହୋଇଥିଲା। କଳ୍ପନା ଦାସଙ୍କ ମରଶରୀରକୁ ଓଡ଼ିଶା ଆଣିବା ପାଇଁ ଯାଇଥିବା ୩ ଜଣିଆ ଟିମ୍ ନେପାଳର କାଠମାଣ୍ଡୁରେ ପହଞ୍ଚିଛନ୍ତି। କଳ୍ପନାଙ୍କ ଭାଇ ପ୍ରଦୀପ ଦାସ, ଏଭରେଷ୍ଟ ଆରୋହଣକାରୀ ଗଣେଶ ଜେନା ଏବଂ କଳ୍ପନାଙ୍କ ସମ୍ପର୍କୀୟ ରଣଜିତ କର୍ମୀ ନୂଆଦିଲ୍ଲୀ ହୋଇ କାଠମାଣ୍ଡୁ ଗସ୍ତ କରିଛନ୍ତି।



from Odisha Reporter http://bit.ly/2I1XW6N

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages