ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀର ଏଭରେଷ୍ଟରୁ ସଫଳତାର ସହ ଉଦ୍ଧାର କରାଯାଇଛି। ଏନେଇ ରାଜ୍ୟ କ୍ରୀଡ଼ା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଳ୍ପନାଙ୍କ ମରଶରୀରକୁ ନେପାଳୀ ଶେରପା ଓ ଉଦ୍ଧାରକାରୀ ଦଳଙ୍କ ସହାୟତାରେ ବେସକ୍ୟାମ୍ପ-୪କୁ ଅଣାଯାଇଛି। ବେସ୍ କ୍ୟାମ୍ପରେ ଆସନ୍ତାକାଲି ସମସ୍ତ ଫର୍ମାଲିଟି ପୂରଣ କରାଯିବା ପରେ ମରଶରୀରକୁ କାଠମାଣ୍ଠୁ ନିଆଯିବ ଏବଂ ସେଠାରେ ଥିବା ଭାରତୀୟ ଦୂତାବାସ ଓ ଉଦ୍ଧାରକାରୀ ଦଳଙ୍କ ସହାୟତାରେ ଭୁବନେଶ୍ୱର ଅଣାଯିବ।
କଳ୍ପନାଙ୍କ ମୃତଦେହ ଆଣିବାକୁ ଓଡ଼ିଶାରୁ ୩ ଜଣିଆ ଟିମ୍ କାଠମାଣ୍ଡୁ ଯାଇଛନ୍ତି। ଏହି ଟିମ୍ରେ କଳ୍ପନାଙ୍କ ଭାଇ ପ୍ରଦୀପ ଦାଶ, ଏଭରେଷ୍ଟ ଆରୋହଣକାରୀ ଗଣେଶ ଜେନା ଏବଂ କଳ୍ପନାଙ୍କ ସମ୍ପର୍କୀୟ ରଣଜିତ କର୍ମୀ ସାମିଲ ଅଛନ୍ତି। ଏଥିସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଭାରତୀୟ ଦୂତାବାସ ସହ ଯୋଗାଯୋଗ ରଖି କଲ୍ପନାଙ୍କ ପାର୍ଥିବ ଶରୀରକୁ କିପରି ଓଡ଼ିଶା ଅଣାଯାଇପାରିବ ସେନେଇ ତତ୍ପରତା ଦେଖାଇଛନ୍ତି।
ସୂଚନାଯୋଗ୍ୟ, ହିମାଳୟର ଦୁଃସାହସିକ ଅଭିଯାନ ବେଳେ ଅମ୍ଳଜାନ ଅଭାବରୁ କଳ୍ପନା ଦାଶଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି। ହିମାଳୟ ଶିଖରରେ ପହଞ୍ଚି ପାଦ ଦେଶକୁ ଓହ୍ଲାଇବା ବେଳେ ଏହି ଦୁଃଖଦ ଘଟଣା ଘଟିଥିଲା। ମୃତ୍ୟୁ ବେଳକୁ କଳ୍ପନାଙ୍କୁ ୪୯ବର୍ଷ ହୋଇଥିଲା।
from Odisha Reporter http://bit.ly/2EBsX0s
No comments:
Post a Comment