ଫୋନି ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 2, 2019

ଫୋନି ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ

umbrella

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ନିକଟତର ହେଉଛି ସାମୁଦ୍ରିକ ଝଡ଼ ‘ଫୋନି’। ଏହା ପ୍ରଭାବରେ ପୁରୀ ସମେତ କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଗଲାଣି। ‍ଗଜପତି, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବର୍ଷା ହେଉଥିବା ଜଣାପଡ଼ିଛି। ସେହିପରି ଭୁବନେଶ୍ୱରରେ ମଧ୍ୟ ବର୍ଷା ହୋଇଥିବା ଜଣାପଡ଼ିଛି।

‘ଫୋନି’ ପ୍ରଭାବରେ ଆଜି ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳରେ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, ଶେଷ ଖବର ସୁଦ୍ଧା ଫୋନି ପୁରୀଠାରୁ୪୩୦ କି.ମି ଦୂରରେ ରହିଛି। ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଏହା ଓଡ଼ିଶା ଆଡ଼କୁ ଗତି କରୁଛି। ଆସନ୍ତାକାଲି ଅପରାହ୍ଣ ୫ଟାରେ ଏହା ପୁରୀ ପାଖାପାଖି କୌଣସି ଏକ ସ୍ଥାନରେ ଲ୍ୟାଣ୍ଡଫଲ୍ କରିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟାପ୍ରତି ୧୭୦ ରୁ ୧୮୦ କିଲୋମିଟର ରହିପାରେ। କେତେକ ସ୍ଥାନରେ ଘଣ୍ଟାପ୍ରତି ୨୦୦ କିମି ବେଗରେ ମଧ୍ୟ ପବନ ବହିପାରେ।



from Odisha Reporter http://bit.ly/2vGJTxP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages