ଅଂଶୁଘାତରେ ଯୁବ ଚାଷୀଙ୍କ ମୃତ୍ୟୁ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 14, 2019

ଅଂଶୁଘାତରେ ଯୁବ ଚାଷୀଙ୍କ ମୃତ୍ୟୁ!

ଜଳେଶ୍ୱର (ଅଜିତ ଦାସ): ବିଲରେ କାମ କରୁଥିବା ବେଳେ ଜଣେ ଯୁବ ଚାଷୀ ଟଳି ପଡ଼ିଛନ୍ତି। ଆଜି ଏପରି ଘଟଣା ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅଞ୍ଚଳରେ ଘଟିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ଅଂଶୁଘାତରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଭୋଗରାଇ ଥାନା ଅନ୍ତର୍ଗତ ଟେଙ୍ଗରାମାରୀ ଗାଁର ନଗେନ୍ଦ୍ର ଜେନା (୪୫) ଆଜି ବିଲକୁ କାମ କରିବା ପାଇଁ ଯାଇଥିଲେ। ସେ ବିଲରେ କାମ କରୁଥିବା ବେଳେ ହଠାତ ଅସୁସ୍ଥ ହୋଇ ତଳେ ପଡ଼ି ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରି ଜଳେଶ୍ୱରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅଂଶୁଘାତରେ ତାଙ୍କର ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଅଭିଯୋଗ କରିଛନ୍ତି।



from Odisha Reporter http://bit.ly/2HnAssh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages