ରେଳ ଲାଇନ କଡ଼ରୁ ଗୁରୁତର ନାବାଳିକା ଉଦ୍ଧାର ଘଟଣା: ପରିବାର ଲୋକେ ଆଣିଲେ ଗଣ ଦୁଷ୍କର୍ମ ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 15, 2019

ରେଳ ଲାଇନ କଡ଼ରୁ ଗୁରୁତର ନାବାଳିକା ଉଦ୍ଧାର ଘଟଣା: ପରିବାର ଲୋକେ ଆଣିଲେ ଗଣ ଦୁଷ୍କର୍ମ ଅଭିଯୋଗ

କଟକ(ଓଡ଼ିଶା ରିପୋର୍ଟର):ରେଳ ଲାଇନ କଡ଼ରୁ ଗୁରୁତର ନାବାଳିକା ଉଦ୍ଧାର ଘଟଣାରେ ମୋଡ଼ ବଦଳିଲା। ସମ୍ପୃକ୍ତ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଆଜି ଅଭିଯୋଗ ହୋଇଛି। ଗଣଦୁଷ୍କର୍ମ ନେଇ କଟକ ସଦର ଥାନାରେ ଅଭିଯୋଗ କଲେ ପରିବାର ଲୋକେ। ଘଟଣା ଦିନ ରାତିରେ ବାହାରକୁ ଶୌଚ ପାଇଁ ଯାଇଥିଲେ ନାବାଳିକା।

ସ୍ଥାନୀୟ ଅଞ୍ଚଳର ୨ ଜଣ ଯୁବକ ନାବାଳିକାକୁ ବଳପୂର୍ବକ ଉଠାଇ ଗଣବଳାତ୍କାର ପରେ ରେଳ ଲାଇନ କଡ଼ରେ ପକାଇ ପଳାଇଥିଲେ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗୁରୁତର ନାବାଳିକା ଏବେ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ପୁଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

ଥାନା ଆଇଆଇସିଙ୍କ ନେତୃତ୍ୱରେ ଏକ ତଦନ୍ତକାରୀ ଟିମ୍‌ ଗଠନ କରାଯାଇଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ରେଡ୍‌ ଜାରି ରହିଛି। ମିଳିଥିବା ସୂଚନା ଅନୁଯାଇ ପୁଲିସ ଜଣକୁ ଅଟକ ରଖି ପଚରାଉଚୁରା କରୁଛି। ସୂଚନା ଅନୁଯାୟୀ ଗତକାଲି ନାବାଳିକା ଜଣକ ବାଲିକୁଦା ରେଳ ଷ୍ଟେସନ ନିକଟରେ ପଡ଼ିଥିଲେ। ରେଳ କର୍ମଚାରୀମାନେ ତାଙ୍କୁ ଉଦ୍ଧାର କରିଥିଲେ। ପରେ ତାଙ୍କୁ ଏସ୍‌ସିବିରେ ଭର୍ତ୍ତି କରିଥିଲେ।



from Odisha Reporter http://bit.ly/2W25wHz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages