
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ରଘୁବୀର ଦାଶଙ୍କୁ ଓଡ଼ିଶା ମାନବାଧିକାର କମିଶନ(ଓଏଚଆରସି)ର ଅସ୍ଥାୟୀ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି ଓ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ ଦାଶଙ୍କୁ ୨୦୧୮ ଡିସେମ୍ବର ମାସରେ ଓଡ଼ିଶା ମାନବାଧିକାର କମିଶନରେ ସଦସ୍ୟ ଭାବେ ନିଯୁକ୍ତି ମିଳିଥିଲା। କମିଶନରେ କେହି ଅଧ୍ୟକ୍ଷ ନଥିବାରୁ ତାଙ୍କୁ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପର୍ଯ୍ୟନ୍ତ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବାକୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଅନୁମତି ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୮ ଅଗଷ୍ଟ ୧୫ତାରିଖରେ ଓଏଚଆରସି ଅଧ୍ୟକ୍ଷ ଜଷ୍ଟିସ ବୀରକିଶୋର ମିଶ୍ରଙ୍କ କାର୍ଯ୍ୟକାଳ ଶେଷ ହେବାପରଠୁ କେହି ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପାଇନଥିଲେ।
from Odisha Reporter http://bit.ly/2Q9vbIT
No comments:
Post a Comment