‘ଫୋନି’ ମୁକାବିଲା ପାଇଁ ୧୨ ଆଇଏଏସ୍‌ଙ୍କୁ ଦାୟିତ୍ୱ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 1, 2019

‘ଫୋନି’ ମୁକାବିଲା ପାଇଁ ୧୨ ଆଇଏଏସ୍‌ଙ୍କୁ ଦାୟିତ୍ୱ

sureshmohapatra

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ‘ଫୋନି’। ଏହା ପୁରୀଠାରୁ ୬୨୦ କି.ମି. ଦୂରରେ ଥିବା ବେଳେ ୩ ତାରିଖ ଅପରାହ୍ଣରେ ଏହା ଓଡ଼ିଶା ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତେବେ ସମ୍ଭାବ୍ୟ ‘ଫୋନି’ର ମୁକାବିଲା ପାଇଁ ରାଜ୍ୟରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଫୋନିର ମୁକାବିଲା ସହ ରିଲିଫ୍, ଥଇଥାନ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ରାଜ୍ୟ ସରକାର ୧୨ ଆଇଏଏସ୍‌ଙ୍କୁ ଦାୟିତ୍ୱ ଦେଇଛନ୍ତି।

ପୁରୀ ଜିଲ୍ଲା ପାଇଁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ରଙ୍କୁ ଜଗତସିଂହପୁର ଜିଲ୍ଲାର ଦାୟିତ୍ୱ ଦିଆଯାଇଛି।

କେବିକେର ମୁଖ୍ୟ ପ୍ରଶାସକ ସୁଦର୍ଶନ ପାଲ୍ ଠାକୁରଙ୍କୁ ଭଦ୍ରକ ଓ ଶିଳ୍ପ ବିଭାଗର ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରାଙ୍କୁ କଟକ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି।

ଜଳ ସଂପଦ ବିଭାଗର ପ୍ରମୁଖ ସଚିବ ପ୍ରଦୀପ ଜେନା ଓ ସାଧାରଣ ପ୍ରଶାସନ ବିଭାଗ ଉପ-ସଚିବ ହେମନ୍ତ ପାଢ଼ୀଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ଦାୟିତ୍ୱ ଦିଆଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଅନୀଲ ସାମଲଙ୍କୁ ଯାଜପୁରର ଦାୟିତ୍ୱ ଦିଆଯାଇଛି।

ପୌରାଞ୍ଚଳ ପ୍ରଶାସନର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକଙ୍କୁ କଟକ ମହାନଗର ନିଗମ ଦାୟିତ୍ୱ ଦିଆଯାଇଥିବା ବେଳେ ଗୃହ ବିଭାଗର ଉପ-ସଚିବ ମନୀଷା ବାନାର୍ଜୀ ଏସ୍‌ଆର୍‌ସି ଅଫିସ୍‌ରେ ରହି ସହଯୋଗ କରିବେ।

ପଞ୍ଚାୟତିରାଜ ବିଭାଗର ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ ଓ କୋରାପୁଟ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍କାର ପ୍ରକଳ୍ପ ନିର୍ଦ୍ଦେଶକ ଅବଦଲ ଅଖତାରଙ୍କୁ ବାଲେଶ୍ୱର ଦାୟିତ୍ୱ ଦିଆଯାଇଛି।

ଡକ୍ଟର କ୍ରିଷନ କୁମାରଙ୍କୁ ଖୋର୍ଦ୍ଧା ଜିଲ୍ଲା ଦାୟିତ୍ୱ ଦିଆଯାଇଛି।

ଆଜି ସନ୍ଧ୍ୟା ସୁଦ୍ଧା ଏହି ୧୨ ଆଇଏଏଏସ୍‌ଙ୍କୁ ସଂପୃକ୍ତ ଜିଲ୍ଲାରେ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ସେହିଭଳି ବିଭିନ୍ନ ଜିଲ୍ଲାରେ ଏନ୍‌ଡିଆର୍‌ଏଫ୍‌ର ୯ଟି ଟିମ୍ ବି ପହଞ୍ଚିସାରିଲାଣି। ଜଗତସିଂହପୁରରେ ୩ଟି ଟିମ୍ ପହଞ୍ଚିଥିବା ବେଳେ ପୁରୀରେ ୩ଟି, ଭଦ୍ରକରେ ୨ଟି ଓ ବାଲେଶ୍ୱରରେ ଏନ୍‌ଡିଆର୍‌ଏଫ୍‌ର ଗୋଟିଏ ଟିମ୍ ପହଞ୍ଚି ସାରିଛି।

ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଉପକୂଳ ଓଡ଼ିଶାର ତଳିଆ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ଏସ୍‌ଆର୍‌ସି କହିଛନ୍ତି। ସେମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳରେ ରଖାଯିବ। ଆବଶ୍ୟକ ପଡ଼ିଲେ ଅନ୍ୟ ସୁରକ୍ଷିତ ସ୍ଥାନରେ ଲୋକଙ୍କୁ ରଖିବା ପାଇଁ ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି।

‘ଫୋନି’କୁ ନେଇ ଭୟଭୀତ ନ ହୋଇ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି।



from Odisha Reporter http://bit.ly/2DFaWxE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages