
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶାରେ ସର୍ବଭାରତୀୟ ନୀଟ୍ ପରୀକ୍ଷା ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ଗୋଟାଏରେ ଶେଷ ହେବ।
ମେ’ ୫ ତାରିଖରେ ନୀଟ୍ ପରୀକ୍ଷା ହେବାକୁ ଥିବା ବେଳେ ବାତ୍ୟା ‘ଫୋନି’ ପାଇଁ ଏହାକୁ ମେ’ ୨୦ତାରିଖକୁ ଘୁଞ୍ଚାଇ ଦିଆଯାଇଥିଲା।
ଓଡ଼ିଶା ବ୍ୟତୀତ ଅନ୍ୟ ରାଜ୍ୟରେ ଏହି ପରୀକ୍ଷା ସରିଥିବା ବେଳେ ବାତ୍ୟା ‘ଫୋନି’ ପାଇଁ ମାନବ ସମ୍ବଳ ବିକାଶ ମନ୍ତ୍ରାଳୟକୁ ରାଜ୍ୟ ସରକାର ଚିଠି ଲେଖି ପରୀକ୍ଷା ଘୁଞ୍ଚାଇବାକୁ ଅନୁରୋଧ କରିଥିଲେ। ରାଜ୍ୟ ସରକାରଙ୍କ ପ୍ରସ୍ତାବକୁ ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ଗ୍ରହଣ କରିଥିଲେ।
from Odisha Reporter http://bit.ly/2HrtuUA
No comments:
Post a Comment