କଶ୍ମୀରରେ ଟଳିଲେ ଆଉ ଦୁଇ ଆତଙ୍କୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 28, 2019

କଶ୍ମୀରରେ ଟଳିଲେ ଆଉ ଦୁଇ ଆତଙ୍କୀ

ଅନନ୍ତନାଗର: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଦୁଇ ଆତଙ୍କବାଦୀଙ୍କ ମୃତଦେହ ନିକଟରୁ ବିପୁଳ ପରିମାଣର ବିସ୍ଫୋରକ ମଧ୍ୟ ଜବତ ହୋଇଛି। ତେବେ ଏମାନଙ୍କ ପରିଚୟ ମିଳିପାରିନାହିଁ। ଅନନ୍ତନାଗର କୋକେରଙ୍ଗା ଅଞ୍ଚଳରେ ଥିବା କାଞ୍ଚୱନ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚି ରହିଥିବାର ଖବର ମିଳିଥିଲା।

ସୁରକ୍ଷାକର୍ମୀମାନେ ସଂପୃକ୍ତ ଅଞ୍ଚଳକୁ ଘେରାଉ କରି ପ୍ରଥମେ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ କହିଥିଲେ। ତେବେ ଏହାର ଜବାବ ଆତଙ୍କବାଦୀମାନେ ଗୁଳିରେ ଦେଇଥିଲେ। ଫଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ଦୃଢ଼ ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଚାଲିଥିବା ଏହି ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ସେନା ପକ୍ଷରୁ କୁହାଯାଇଛି।



from Odisha Reporter http://bit.ly/2WvU7jn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages